You are here
Home > New Year Status > ଆକ୍ରାନ୍ତ ସେବାୟତ ବାହୁଡାଯାତ୍ରାରୁ ବାଦ୍ | Kanak News

ଆକ୍ରାନ୍ତ ସେବାୟତ ବାହୁଡାଯାତ୍ରାରୁ ବାଦ୍ | Kanak News


କନକ ବ୍ୟୁରୋ: ଆସିଲା ସେବାୟତଙ୍କ କରୋନା ଟେଷ୍ଟ ରିପୋର୍ଟ । ବାହାଡୁ ଯାତ୍ରା ପାଇଁ ଗତ ସପ୍ତାହରେ ୫ ହଜାର ୫ ଶହ ୬୯ ଜଣ ସେବାୟତଙ୍କ କରୋନା ପରୀକ୍ଷା କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୧୨ ଜଣ ଆକ୍ରାନ୍ତ ଅଛନ୍ତି । ଆକ୍ରାନ୍ତ ସେବାୟକଙ୍କୁ କୋଭିଡ ହସ୍ପିଟାଲରେ ଭର୍ତି କରାଯାଇଛି । ଆକ୍ରାନ୍ତ ସେବାୟତଙ୍କୁ ବାଦ ନେଇ ବାହୁଡା ଯାତ୍ରା କରାଯାଇଛି ।ପୁରୀ ଜିଲ୍ଲାପ୍ରଶାସନ ପକ୍ଷରୁ ଏନେଇ ଟୁଇଟ କରି ସୂଚନା ଦିଆଯାଇଛି ।

 

ଆଗକୁ ପଢନ୍ତୁ

ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ପଜିଟିଭ ଚିହ୍ନଟ ହୋଇଥିବା ଅଂଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟାକଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ତେବେ ଆଜି ଚାଲିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ ଯେଉଁମାନେ ସାମିଲ ହୋଇଛନ୍ତି ସମସ୍ତଙ୍କର କରୋନା ଟେଷ୍ଟରେ ନେଗେଟିଭ ଥିବାର ଜିଲ୍ଲା ପ୍ରଶାସନ ଜଣାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |





Source link

Leave a Reply

Top
Bitnami